ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

Bartanews

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

କଟକ: ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅଧିକାରୀଙ୍କ ଆୟ ବର୍ହିଭୁତ ସମ୍ପତ୍ତି ଯାଞ୍ଚ। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅଧିକାରୀ ସଂଗ୍ରାମ କେଶରୀ ଜେନାଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ। ଗଞ୍ଜାମ ବୁଗୁଡାର ପୂର୍ବତନ ତହସିଲଦାର ଥିଲେ ସଂଗ୍ରାମ। ଏକକାଳୀନ ଚାରୋଟି ସ୍ଥାନରେ ଚାଲିଛି ମାରାଥନ ଚଢ଼ାଉ। ଚଢ଼ାଉରେ ସାମିଲ ଅଛନ୍ତି ଭିଜିଲାନ୍ସର ୩ ଡ଼ିଏସପି, ୧୦ ଇନ୍ସପେକ୍ଟର ଓ ଅନ୍ୟ କର୍ମଚାରୀ।

ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ ଜଜଙ୍କ ୱାରେଣ୍ଟ ବଳରେ ଚାଲିଛି ଏହି ଚଢ଼ାଉ। ବାଲୁଗାଁରେ ଥିବା ଜେନା କଲୋନୀ, ଖୋର୍ଦ୍ଧା ଟାଙ୍ଗି ଥାନା ହରିପୁର ଠାରେ ବିଲ୍ଡିଂ, ବାଲୁଗାଁ ଚୁଡା ମିଲ ନିକଟରେ ଥିବା ସମ୍ପର୍କୀୟଙ୍କ ଘର, ଛୋଟରାୟପୁରଶାସନରେ ଥିବା ୩ ପ୍ଲଟ ସମ୍ପର୍କରେ ତଥ୍ୟ ନେଉଛି ଭିଜିଲାନ୍ସ । ଚାକିରୀ କାଳରେ ବାବୁ ଜଣଙ୍କ କିଭଳି କୋଟି କୋଟି ଟଙ୍କା ରୋଜଗାର କଲେ ତାହାକୁ ନେଇ ଛାନଭିନ ଆରମ୍ଭ କରିଛି ତଦନ୍ତକାରୀ ସଂସ୍ଥା।

Leave a Comment