ଜାଣନ୍ତୁ ଆଜିର ରାଶିଫଳ

Bartanews

ଜାଣନ୍ତୁ ଆଜିର ରାଶିଫଳ

ମେଷ: କାରବାର ଲାଗି ଦିନଟି ଭଲ। ବନ୍ଧୁ ଠାରୁ ଆର୍ଥିକ ସହାୟତା ମିଳିପାରେ। ଆପଣଙ୍କ ଭଲ ବ୍ୟବହାର ଦ୍ବାରା ଅଫିସର ପ୍ରଭାବିତ ହେବେ। ପ୍ରେମିକ ପ୍ରେମିକା ସ୍ମରଣୀୟ ଅନୁଭୂତି ହାସଲ କରିବେ। ‌

ବୃଷ: ଅଧିକାଂଶ କାମ ସଂପୂର୍ଣ୍ଣ କରିପାରିବେ। ସନ୍ତାନ ଆପଣଙ୍କୁ କୌଣସି ଭଲ ଖବର ଶୁଣାଇବେ। ଜୀବନସାଥୀଙ୍କ ସ୍ନେହ ଓ ଆଦର ପାଇବା ହେତୁ ଆନନ୍ଦିତ ହେବେ।‌

ମିଥୁନ: ଆପଣଙ୍କ ବିଚାର ସକାରାତ୍ମକ ରଖନ୍ତୁ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଦାମ୍ପତ୍ୟ ଜୀବନରେ ତାଳମେଳ ଓ ମଧୁରତା ବଜାୟ ରହିବ।‌

କର୍କଟ: ଧୈର୍ଯ୍ୟ ଧରି କାମ କରନ୍ତୁ, ସଫଳତାର ପାହଚ ଚଢ଼ିବେ। ବାହନ କିଣିବାର ଆଶା ପୂରା ହୋଇପାରେ। ସନ୍ଧ୍ୟାରେ କୌଣସି ବନ୍ଧୁ ବା ଜୀବନସାଥୀ ସହ ସମୟ ଅତିବାହିତ କରିବେ।‌

ସିଂହ: ଅଫିସ କାମ ପୂରା କରିବା ଦିଗରେ ବାଧା ଆସିପାରେ। ଉଚ୍ଚ ଅଧିକାରୀଙ୍କ ସହଯୋଗରେ କାମ ପୂରା ହେବ। ଖେଳାଳିଙ୍କର ପ୍ରଦର୍ଶନ ଭଲ ରହିବ। ଜମି ବେପାରୀଙ୍କ ଲାଗି ଦିନଟି ଶୁଭ। ‌

କନ୍ୟା: ଚାକିରି ବୃତ୍ତିରେ ଅଧୁରା ସ୍ବପ୍ନ ପୂରା ହୋଇପାରେ। ଧନଲାଭର ନୂଆ ମାର୍ଗ ଖୋଲିବ। ମନୋରଂଜନ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କ ଲାଗି ଦିନଟି ଭଲ।

ତୁଳା: କରିଆସୁଥିବା କାମରୁ ଆପଣଙ୍କୁ ଲାଭ ମିଳିପାରେ। ଆପଣଙ୍କ ସକାରାତ୍ମକ ବିଚାର ‌ଦ୍ବାରା ଲୋକେ ପ୍ରଭାବିତ ହେବେ। ଛାତ୍ରଛାତ୍ରୀଙ୍କ ଖୁସି ଲାଗି ଦିନଟି ନୂଆ ଅବସର ନେଇ ଆସିବ।

ବିଛା: ପରିବାର ସହିତ ଧର୍ମାନୁଷ୍ଠାନକୁ ବୁଲି ଯ‌ାଆନ୍ତୁ ଶୁଭ ହେବ। ଅତୀତ କଥା ପାସୋରି ନୂଆ କାମ ଶୁଭାରମ୍ଭ କରନ୍ତୁ। ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ।

ଧନୁ: ଆପଣଙ୍କର ମନ ଆଧ୍ୟାତ୍ମିକ ରହିବ। ଲୋକଙ୍କୁ ନିଜ ଆଡ଼କୁ ଆକର୍ଷିତ କରିବାରେ ସଫଳ ହେବେ। ଜମିରେ ଲାଗି ରହିଥିବା ବିବାଦ ସମାପ୍ତ ହୋଇଯିବ।


ମକର: ସାରା ଦିନ କାମରେ ବ୍ୟସ୍ତ ରହିବେ। ଆପଣଙ୍କର ଉଦାର ସ୍ବଭାବ ଅନ୍ୟମାନଙ୍କୁ ପ୍ରଭାବିତ କରିବ। ନୂଆ କାରବାରରେ ପୁଞ୍ଜି ଲଗାଇବା ପୂର୍ବରୁ ଘର ମୁରବିଙ୍କ ମତ ନିଅନ୍ତୁ।

କୁମ୍ଭ: ଆୟ ବୃଦ୍ଧିର ନୂଆ ମାର୍ଗ ଖୋଲିବ। ଅଫିସରେ ସହକର୍ମୀଙ୍କ ଉପରେ ରାଗନ୍ତୁ ନାହିଁ। ବିବାହିତା ଘରର ଆବଶ୍ୟକତା ଉପରେ ଧ୍ୟାନ ଦିଅନ୍ତୁ। ଛାତ୍ରଙ୍କ ଲାଗି ଦିନଟି ଭଲ।

ମୀନ: ବ୍ୟବସାୟୀଙ୍କ ଲାଗି ଲାଭର ସୁଯୋଗ ରହିଛି। ବହୁଦିନ ପରେ ଅନ୍ତରଙ୍ଗ ବନ୍ଧୁ ସହିତ ଫୋନରେ କଥା ହେବେ। କଳାକ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ ସଫଳତା ମିଳିପାରେ।

Leave a Comment