ଭିଜିଲାନ୍ସ ଜାଲରେ ରାଜସ୍ବ ନିରୀକ୍ଷକ, ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଲା ଭିଜିଲାନ୍ସ

Bartanews

ଭିଜିଲାନ୍ସ ଜାଲରେ ରାଜସ୍ବ ନିରୀକ୍ଷକ, ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଲା ଭିଜିଲାନ୍ସ

ସୁନ୍ଦରଗଡ଼: ଭିଜିଲାନ୍ସ ଜାଲରେ ରାଜସ୍ବ ନିରୀକ୍ଷକ।  ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ିବସିଲା ଭିଜିଲାନ୍ସ। ଅଭିଯୁକ୍ତ ହେଲେ ଟାଙ୍ଗରପାଲି ତହସିଲର ତସଲାଡିହି ରାଜସ୍ବ ନିରୀକ୍ଷକ ଲିଲି ଚୌଧୁରୀ।

ସୂଚନା ଅନୁଯାୟୀ, ଟାଙ୍ଗରପାଲି ତହସିଲର ତସଲାଡିହି ରାଜସ୍ବ ନିରୀକ୍ଷକ ଲିଲି ଚୌଧୁରୀ ଜଣେ ବ୍ୟକ୍ତିଙ୍କୁ ଚାଷଜମିକୁ ବାସୋପଯୋଗୀ ଜମିରେ ରୂପାନ୍ତରିତ କରିବା ନେଇ ରିପୋର୍ଟ ଦେବା ଲାଗି ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। କିନ୍ତୁ ଅଭିଯୋଗକାରୀ ଏନେଇ ଅକ୍ଷମତା ପ୍ରକାଶ କରିଥିଲେ। ଅଭିଯୋଗକାରୀ ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ। ପୂର୍ବ ଯୋଜନା ମୁତାବକ ଆଜି ଅଭିଯୋଗକାରୀ ରାଜସ୍ବ ନିରୀକ୍ଷକ ଲିଲି ଚୌଧୁରୀଙ୍କୁ ୫ ହଜାର ଟଙ୍କା ଲାଞ୍ଚ ଦେଉଥିଲେ। ଏହି ସମୟରେ ସେଠାରେ ଛକିଥିବା ଭିଜିଲାନ୍ସ ଟିମ୍ ତାଙ୍କୁ ମାଡ଼ିବସିଥିଲା। ଏହା ପରେ ସୁନ୍ଦରଗଡ଼ ଜିଲ୍ଲାର ଦୁଇଟି ସ୍ଥାନରେ ଏକକାଳୀନ ଚଢ଼ଉ ଜାରି ରଖିଛି ଭିଜିଲାନ୍ସ।

Leave a Comment