ରାଜ୍ୟ କ୍ୟାବିନେଟ୍‌ରେ ଅନୁମୋଦନ: ମୋଟର ଯାନ ବକେୟା ଟିକସ ଓ ଜରିମାନାର ହେବ ଏକକାଳୀନ ପରିଷୋଧ

Bartanews

ରାଜ୍ୟ କ୍ୟାବିନେଟ୍‌ରେ ଅନୁମୋଦନ: ମୋଟର ଯାନ ବକେୟା ଟିକସ ଓ ଜରିମାନାର ହେବ ଏକକାଳୀନ ପରିଷୋଧ

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ୍ ବୈଠକରେ ମଙ୍ଗଳବାର ମୋଟର ଯାନ ବକେୟା ଟିକସ ଓ ଜରିମାନାର ଏକକାଳୀନ ପରିଷୋଧ ସମେତ ମୋଟ ୧୦ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଆୟୋଜିତ ଗୁରୁତ୍ବପୂର୍ଣ୍ଣ ବୈଠକରେ ଗୋପାଳପୁରରେ ଶିଳ୍ପ କରିଡର ପ୍ରତିଷ୍ଠା ଲାଗି ନିଷ୍ପତ୍ତି ହୋଇଛି। ଜଟଣୀ ଓ ଭୁବନେଶ୍ବର ତହସିଲ ଅଧିନରେ ଲିଜ୍ ସୂତ୍ରରେ ଜମି ନେଇଥିବା ଭୂମିହୀନଙ୍କୁ ସ୍ଥାୟୀ ପଟ୍ଟା ପ୍ରଦାନ କରାଯିବ। ଭୁବନେଶ୍ବର ଓ ଜଟଣୀ ତହସିଲରେ ଥିବା ଭୂମିହୀନଙ୍କୁ ସ୍ଥାୟୀ ପଟ୍ଟା ପ୍ରଦାନ କରିବା ନେଇ ଦୀର୍ଘ ଦିନରୁ ହୋଇ ଆସୁଥିବା ଦାବି ପୂରା ହୋଇଛି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ମଂଜୁରୀ ମିଳିଛି। ପୂର୍ବ ବ୍ୟବସ୍ଥା ଅନୁଯାୟୀ ଏସବୁ ଭୂମିହୀନ ପୁରୀ ପୌରସଂସ୍ଥା ଅଧୀନରେ ଲିଜ୍ ସୂତ୍ରରେ ଜମି ପାଇଥିଲେ।

 

#OdishaCabinet headed by CM @Naveen_Odisha has approved a special incentive package for Welspun Group’s projects in Choudwar, #Cuttack and Nilgungri, #Sambalpur. These projects with a combined investment of ₹6600 Cr will create job opportunities for more than 20000 people,… pic.twitter.com/axNiz73Abm

— CMO Odisha (@CMO_Odisha) December 5, 2023

ସେହିପରି କ୍ୟାବିନେଟ୍‌ରେ ଚୌଦ୍ୱାର ଓ ସମ୍ବଲପୁରରେ ୱେଲ୍ସସ୍ପୁନ ପ୍ରକଳ୍ପ ପାଇଁ ସ୍ୱତନ୍ତ୍ର ପ୍ୟାକେଜ ଦିଆଯିବ ବୋଲି ନିଷ୍ପତ୍ତି ନିଆଯାଇଛି। କଟକ ମାଧ୍ୟମିକ ବୋର୍ଡ ହାଇସ୍କୁଲ ସରକାରୀ ସ୍କୁଲର ମାନ୍ୟତା ପାଇବ। ଓଡ଼ିଶା ସାମାଜିକ ସୁରକ୍ଷା ସେବା କ୍ୟାଡରର ସଂଶୋଧନ ହେବ। ଏଥିସହ ଏମ୍‌ଏସ୍‌ଏମ୍‌ଇ ନୀତି -୨୦୨୨ ଓ ଖାଦ୍ୟ ପ୍ରକ୍ରିୟାକରଣ ନୀତି-୨୦୨୨ରେ ସଂଶୋଧନ ହେବ। ଓଡ଼ିଶା ଜିଲ୍ଲା ଦେଓ୍ବାନି ଅଦାଲତ କିରାଣୀ ନିଯୁକ୍ତି ସର୍ତ୍ତାବଳୀ ଅଧିନିୟମ-୨୦୦୮ରେ ସଂଶୋଧନ ହେବ। ମୋଟର ଯାନ ବକେୟା ଟିକସ ଓ ଜରିମାନାର ହେବ ଏକକାଳୀନ ପରିଷୋଧ କରାଯିବ। ପରିବହନ ବିଭାଗ ଏହି ପ୍ରସ୍ତାବକୁ କ୍ୟାବିନେଟ ମଂଜୁରୀ ମିଳିଛି।

Leave a Comment