୭ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ବ୍ରାଉନସୁଗର ଜବତ, ଜଣେ ଗିରଫ

Bartanews

ଏକ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ବ୍ରାଉନସୁଗର ଜବତ, ଦୁଇ ଗିରଫ

ବ୍ରହ୍ମଗିରି: ପୁଣି ଜବତ ହେଲା ବ୍ରାଉନସୁଗର। ପୁରୀ ଅବକାରୀ ଅଧିକ୍ଷକ ଜଗଦୀଶ ଚନ୍ଦ୍ର ସାମଲଙ୍କ ନିର୍ଦେଶ କ୍ରମେ ସାତପଡ଼ା ଅବକାରୀ ଥାନା ଅଧିକାରୀ ବିନୋଦ ବାସ୍କେଙ୍କ ନେତୃତ୍ୱରେ ଏକ ଟିମ ବ୍ରହ୍ମଗିରି ଥାନା ଅଧୀନ ବ୍ରହ୍ମଗିରି ଢାବା ଛକରେ ଚଢ଼ାଉକରି ଜଣେ ବ୍ରାଉନସୁଗର ବେପାରୀକୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବ୍ରହ୍ମଗିରି ଥାନା ଅନ୍ତର୍ଗତ ବିଜିପୁ ଗାଁର ଶରତ ରାଉତ। ତାଙ୍କ ପାଖରୁ ୭୫ ଗ୍ରାମ ବ୍ରାଉନସୁଗର ଜବତ କରି ସାତପଡ଼ା ଅବକାରୀ ଥାନା କେସ ନଂ-92/22-23 ରେ କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତ ଶରତକୁ  ପୁରୀ କାରାଗରକୁ ପଠାଯାଇଛି । ଜବତ ବ୍ରାଉନ ସୁଗାରର ଅନୁମାନିକ ମୂଲ୍ୟ ପ୍ରାୟ ୭ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ହେବ ବୋଲି ଜଣାପଡ଼ିଛି। ଏହି ଚଢ଼ାଉରେ ସଂଜିପ ହସ୍ତୀ, ପ୍ରବୀନ ବିରାଜ କିରୋ, ପ୍ରଦୀପ୍ତ କୁମାର ପଣ୍ଡା, ଦୀପ୍ତି ରଞ୍ଜନ ଦାଶ ପ୍ରମୁଖ  ସାମିଲ ଥିଲେ।

Leave a Comment